fbpx

୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ସେହିପରି ସେପ୍ଟେମ୍ବର ୭ରୁ ୮ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ରକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.