fbpx

ଉପାନ୍ତରୁ ଉପକୂଳ, ମିଳିବନି ନିସ୍ତାର: ୨୬ ଯାଏଁ ପ୍ରବଳ ଛେଚିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ଉପାନ୍ତରୁ ଉପକୂଳ, ମିଳିବନି ନିସ୍ତାର । ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ୪ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହି ସମୟ ଅବଧି ଭିତରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ନିମନ୍ତେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ୨୬ ତାରିଖରୁ ପରବର୍ତ୍ତୀ ୧ ସପ୍ତାହ ପର୍ଯ୍ୟନ୍ତ ବିଶେଷ ବର୍ଷାର ସମ୍ଭାବନା ନାହିଁ । ତେବେ ମୌସୁମୀ ବାୟୁ ପ୍ରଭାବରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୋଳ, ସୋନପୁର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଅନୁଗୁଳ ଓ ଦେବଗଡ଼, ସମ୍ବଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, କଟକ, କଳାହାଣ୍ଡି, କନ୍ଧମାଳ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଝାରସୁଗଡ଼ା, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୪ ତାରିଖ ଦିନ ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଭୀଷଣ ବର୍ଷାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରକଳାହାଣ୍ଡି, ବଲାଙ୍ଗିର ଓ ନୟାଗଡ଼ରେ ୭୦ର ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାବେଳେ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଖୋର୍ଦ୍ଧା, ନୂଆପଡ଼ା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ଆକଳନ କରାଯାଇଛି ।

Get real time updates directly on you device, subscribe now.