fbpx

ମୌସୁମୀକୁ ଆହୁରି ଶକ୍ତ କରୁଛି ଘୂର୍ଣ୍ଣିବଳୟ: ୨୮ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ଆଜି ୭ ଜିଲ୍ଳାକୁ ୟେଲୋ ଆର୍ଲଟ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ସାରା ରାଜ୍ୟରେ ମୌସୁମୀ ଜନିତ ବର୍ଷା ଆରମ୍ଭ ହୋଇଯାଇଛି । ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ଲାଗି ରହିଛି । ମୌସୁମୀକୁ ଘୂର୍ଣ୍ଣିବଳୟ ସଶକ୍ତ କରୁଥିବା ହେତୁ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବା ସହିତ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ୧୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ ଇତ୍ୟାଦି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏପରିକି କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ରବିବାର ୭ଟି ଜିଲ୍ଲା ପାଇଁ ଏବଂ ୨୭ ତାରିଖରେ ୪ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ୨୮ ତାରିଖରୁ ପାଗରେ ପରିବର୍ତ୍ତନ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.