fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୧୦ ତାରିଖ ଯାଏଁ ତାଣ୍ଡବ ଜାରି ରଖିବ ବର୍ଷା: ଆଜି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ରାଜ୍ୟରେ  ଆଗାମୀ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷାର ତାଣ୍ଡବ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ଲୋକମାନେ ଛାନିଆ ହୋଇପଡ଼ିଛନ୍ତି । ଏପରିକି ଓଡ଼ିଶାର କେତେକ ଅଞ୍ଚଳରେ ବର୍ଷା ପ୍ରଭାବରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିନେଇ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୭ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ । ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ରବିବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

 

Get real time updates directly on you device, subscribe now.