fbpx

ଆସନ୍ତା ୫ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା,୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶେଷରେ ସାରା ଓଡ଼ିଶାକୁ ଛୁଇଁଛି ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦକ୍ଷିଣ-ଓଡ଼ିଶାରୁ ଆରମ୍ଭ କରି ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଜାରି ରହିବ ବୋଲି ବିଭାଗ ସୂଚନା ଦେଇଛି । ଉପକୂଳ ଓଡ଼ିଶାର ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ଲାଗି ରହିବ । ସେହିପରି ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗିରର କେତେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ଲାଗି ରହିବ । ୨୩ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବ । ଏନେଇ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ୧୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା । ଏହାପରେ ସାରା ରାଜ୍ୟକୁ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲେ ମଧ୍ୟ ତାହା ହୋଇପାରି ନଥିଲା । ମୌସୁମୀ ଏକରକମ ଦୁର୍ବଳ ହୋଇପଡ଼ିଥିବାବେଳେ କଚ୍ଛପ ଗତିରେ ଗତି କରୁଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା । ପାଣିପାଗ ବିଭାଗର ସୂଚନାନୁସାରେ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭ରୁ ୧୧ ସେ.ମି. ଏବଂ ଆଉ କେତେକ ଜିଲ୍ଲାରେ ୧୧ରୁ ୨୦ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି । ପ୍ରାକ୍‌ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହାର ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 

Get real time updates directly on you device, subscribe now.