fbpx

ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ମୌସୁମୀ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି  ୨୨ ତାରିଖ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସୋନପୁର. ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ , ନୟାଗଡ ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.