fbpx

ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି , ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି, କଟକ, ଖୋର୍ଦ୍ଧା ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୩ରୁ ୧୪ ତାରିଖ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କନ୍ଧମାଳ , ଗଜପତି, ଗଂଜାମ, ମାଲକାନଗିରି କୋରାପୁଟ , କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏତଦ ବ୍ୟତୀତ ୧୪ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Get real time updates directly on you device, subscribe now.