fbpx

ବର୍ଷାରେ ଭିଜି ବାହୁଡିବେ ମହାବାହୁ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisement

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ସମୁଦ୍ର ଅଞ୍ଚଳରେ ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଜାରି ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୪ ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ , ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.