fbpx

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦କି.ମି.ବେଗରେ ପବନ ବହିପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ ନବରଙ୍ଗପୁର ଆଦିରେ  କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ବି ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସେହିପରି ୩୧ ତାରିଖରୁ ୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ,ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୧ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବଜ୍ରପାତ ସହ ବର୍ଷା ହୋଇପାରେ ।

Get real time updates directly on you device, subscribe now.