fbpx

ଆସନ୍ତା ୪ରୁ ୫ ଦିନ ଯାଏଁ ବଢ଼ିବ ତାପମାତ୍ରା, ୧୮ରେ ବିଜୁଳି , ଘଡଘଡି ସହ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି , ଘଡଘଡି ସହ କାଳବୈଶାଖୀ ଜନିତ ଝଡ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନାହିଁ । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.