fbpx
BJD SKY
BJD SKY

ଆସନ୍ତା ୩ ଦିନ ସାବଧାନ! ଘଡ଼ଘଡ଼ି ଓ ବର୍ଷାକୁ ନେଇ ଏହି ଜିଲ୍ଲାକୁ ସତର୍କ ସୂଚନା

BJD

ଭୁବନେଶ୍ବର : ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ ପ୍ରବାହ, ଯାହାଫଳରେ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି । କିନ୍ତୁ ଆସନ୍ତା ୩ ଦିନ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ‌ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପା‌ରେ। ସେହିଭଳି ୧ ତାରିଖ ଦିନ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ନୟାଗଡ଼ ଆଦି ଜିଲ୍ଲା‌ରେ ଓ ୨ ତାରିଖ ଦିନ ନୂଆପଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର ଓ ସୋନପୁର ଆଦି ଜିଲ୍ଲାର କେତେକାଂଶରେ ଅପରାହ୍‌ଣ ଆଡ଼କୁ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ମଙ୍ଗଳବାର ଦିନ ରାଜଧାନୀରେ ପାଗ ଖରାଟିଆ ରହିଥିଲା। ଆଜି ରାଜଧାନୀ ଓ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବା ସହ ଅପରାହ୍‌ଣ ଆଡ଼କୁ ସାମାନ୍ୟ ବର୍ଷା ହୋଇପା‌ରେ। ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ସେପ୍ଟେମ୍ବରରେ ୩ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏନେଇ ବରିଷ୍ଠ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ତେବେ ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

Get real time updates directly on you device, subscribe now.