fbpx

ଆଜିଠୁ ତାତିରୁ ମିଳିବ ତ୍ରାହି ! ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଜଳିବ ଆଭ୍ୟନ୍ତରୀଣ ଓଡ଼ିଶା

Advertisement

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଗତ କିଛିଦିନ ହେବ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ବିଶେଷକରି ଆଭ୍ୟନ୍ତରଣ ଓ ପଶ୍ଚିମ ଓଡ଼ିଶାରେ ଏହା ସଙ୍ଗୀନ ରୂପ ଧାରଣ କରିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଉଁଥିବା ଦେଖିବାକୁ ମିଳୁଛି । ତାତିକୁ ନେଇ ଲୋକେ ଅତିଷ୍ଠ ହୋଇପଡିଲେଣି । ତେବେ ଆଜିଠୁ ତାତିରୁ ସାମାନ୍ୟ ତ୍ରାହି ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ମିଳିଥିବା ସୂଚନା ଅନୁଯାୟୀ ବଙ୍ଗୋପସାଗରର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ଓଡ଼ିଶାକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରବିବାରଠାରୁ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହି ସମୟରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ କମିବା ଆଶା କରାଯାଉଛି । ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୭ ଜିଲ୍ଲାକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ।

Get real time updates directly on you device, subscribe now.