fbpx

ଜଳିବ ଆଭ୍ୟନ୍ତରୀଣ ଓଡ଼ିଶା, କଲବଲ କରୁଛି ଅସହ୍ୟ ଖରା: ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ

Advertisement

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ତେବେ ଏହା ଅଧିକ ଘନୀଭୂତ ହେବ କି ନାହିଁ ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ଲଘୁଚାପକୁ ନେଇ ବିଭିନ୍ନ ପାଣିପାଗ ସଂସ୍ଥା ଭିନ୍ନ ଭିନ୍ନ ଆକଳନ କରିଛନ୍ତି । ତେବେ ଲଘୁଚାପ ସୃଷ୍ଟି ହେଲେ ବି ତାତିରୁ ତ୍ରାହି ମିଳିବାର ସମ୍ଭାବନା ନାହିଁ ।

ଅସହ୍ୟ ଗରମରେ କଲବଲ ହେବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ମା

ଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ବାଲେଶ୍ୱର ଓ ମୟୂରଭଞ୍ଜରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ରାଜ୍ୟରେ ଏବର୍ଷର ପ୍ରଥମ କାଳବୈଶାଖୀ ମଧ୍ୟ ସକ୍ରିୟ ହୋଇଛି । ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ହୋଇ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ସୂଚନା ମିଳିଛି । କାଳବୈଶାଖୀ ସମୟରେ ସତର୍କ ରହିବା ସହ ଘରୁ ପଦାକୁ ନ ବାହାରିକୁ ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.