fbpx
BJD SKY
BJD SKY

ଆଜି ମିଳିବ ପିଏମ୍‌- କିଷାନର ପରବର୍ତ୍ତୀ କିସ୍ତି, ୯.୫ କୋଟି ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତକୁ ଯିବ ଏହି ଅର୍ଥ

BJD

ନୂଆଦିଲ୍ଲୀ,(ଭାସ୍କର ନ୍ୟୁଜ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅପରାହ୍ନ ୧୨.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଅଧିନରେ ଆର୍ଥିକ ସୁବିଧାର ପରବର୍ତ୍ତୀ କିସ୍ତି ମଞ୍ଜୁର କରିବେ। ୯.୭୫ କୋଟି କୃଷି ପରିବାରର ହିତାଧିକାରୀଙ୍କୁ ଏହା ଜରିଆରେ ୧୯,୫୦୦ କୋଟିରୁ ଅଧିକ ଅର୍ଥ ଟ୍ରାନ୍ସଫର କରାଯିବ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିବା ସହ ଦେଶକୁ ସମ୍ବୋଧିତ କରିବେ ।

 

ଉଲ୍ଲେଖ୍ୟଯୋଗ୍ୟ ପିଏମ୍‌-କିଷାନ ଯୋଜନା ଅଧିନରେ କୃଷକ ପରିବାରର ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା କରି ପ୍ରଦାନ କରାଯାଇଥାଏ । ପ୍ରତ୍ୟେକ ସମାନ ୪ମାସିଆ ତିନିଟି କିସ୍ତିରେ ୨୦୦୦ ଟଙ୍କା କରି ଦିଆଯାଏ । ଏହି ଅର୍ଥ ସିଧାସଳଖ ହିତାଧିକାରୀମାନଙ୍କ ବ୍ୟାଙ୍କ୍ ଆକାଉଂଟକୁ ପଠାଯାଇଥାଏ । ଏହି ଯୋଜନାରେ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ସମ୍ମାନ ରାଶି କୃଷକ ପରିବାରଗୁଡିକୁ ପଠାଯାଇଛି । ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.