fbpx

ଆଜିଠାରୁ ରାଜ୍ୟକୁ ଫେରିଲା ନାଇଟ୍ କର୍ଫ୍ୟୁ: ଜାଣନ୍ତୁ କେତୋଟି ଜିଲ୍ଲାରେ ହେବ ଲାଗୁ

ଭୁବନେଶ୍ୱର, ୫ା୪ (ଓଡିଶା ଭାସ୍କର): ରାଜ୍ୟକୁ ପୁଣି ଥରେ ଫେରିଛି ନାଇଟ୍ କର୍ଫ୍ୟ । ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ତେଣୁ ଏହି ମହାମାରୀର ଭୟବହତାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ରାଜ୍ୟର ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରାଯାଇଛି । ରାତି ୧୦ଟାରୁ ଭୋର ୫ଟା ଯାଏ ଏହା କାର୍ଯ୍ୟକାରୀ ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଆଦି ୧୦ଟି ଜିଲ୍ଲାରେ ଆଜି ଠାରୁ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ନାଇଟ୍ କର୍ଫ୍ୟୁ ସମୟରେ ଅତ୍ୟାବଶ୍ୟକ ସେବା ଜାରି ରହିବ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.