ଆରମ୍ଭ ହେଲା ଜନଗଣନାର ପ୍ରସ୍ତୁତି ପ୍ରକ୍ରିୟା, ନିଖିଲ ପବନ କଲ୍ୟାଣଙ୍କୁ ମିଳିଲା ନୂଆ ଦାୟିତ୍ୱ
ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର: ନିଖିଲ ପବନ କଲ୍ୟାଣଙ୍କୁ ମିଳିଲା ନୂଆ ଦାୟିତ୍ୱ। ସେ ସେନସସ୍ ଅପରେସନର ନିର୍ଦ୍ଦେଶକର ଦାୟିତ୍ୱ ସମ୍ଭାଳିବେ। ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି ଡିଓପିଟି। ଜନଗଣନା ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି।
୨୦୨୫ ଡିସେମ୍ବର ୩୧ ଯାଏଁ ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦାୟିତ୍ୱ ଦିଆଯାଇଛି। କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖାଯାଇଛି। ଏଥିସହ ରାଜ୍ୟରେ ଜନଗଣନା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି।