fbpx

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ

Advertisement

ଭୁବନେଶ୍ୱର : ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ହେଉଛନ୍ତି ନିକୁଞ୍ଜ ବିହାରୀ ଧଳ ।

ଏହା ପୂର୍ବରୁ ରାଜ୍ୟ ସରକାର ଆଜି ମନୋଜ ଆହୁଜାଙ୍କୁ ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଆହୁଜା ଆଜି ଅପରାହ୍‌ଣରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଅପରାହ୍ନରେ ଲୋକସେବା ଭବନରେ ଶ୍ରୀ ଆହୁଜା ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି।

Get real time updates directly on you device, subscribe now.