ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଥିଲା । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଥିଲେ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।
ଆଜି ୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଓ ସ୍ଥାନୀୟ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୬୮ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୮୭ ରହିଥିବା ବେଳେ ୧୦୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା, କଟକ ଓ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 15
Cumulative tested: 31122559
Positive: 1287968
Recovered: 1278687
Active cases: 104— I & PR Department, Odisha (@IPR_Odisha) April 21, 2022