fbpx

ଆଜି କରୋନାରେ ରାଜ୍ୟର ୧୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୬ା୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ପ୍ରାଣ ହରାଇଛନ୍ତି । ସେହିପରି ଅନୁଗୁଳ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ନୂଆପଡ଼ା, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଗଜପତି, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ୧୧ ହଜାର ୭୩୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ପକ୍ଷରୁ ୬୫୬୯ କ୍ୱାରେଣ୍ଟାଇନରୁ ଓ ୫୧୬୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪କୁବୃଦ୍ଧି ପାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.