fbpx

ନିର୍ଭୟା ମାମଲା, ପବନକୁ ସୁପ୍ରିମକୋର୍ଟଙ୍କ ଝଟକା

ନୂଆଦିଲ୍ଲୀ, ୩୧ା୧: ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟ ଯାଇଥିଲା ଦୋଷୀ ପବନ ଗୁପ୍ତା । ପବନର ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହୋଇଥିବା ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରିଥିଲା ଦୋଷୀ ପବନ । ସୁପ୍ରିମକୋର୍ଟଙ୍କ ପୂର୍ବ ରାୟ ବିରୋଧରେ ରିଭ୍ୟୁ ପିଟିସନ ଦାଖଲ କରିଥିଲା ପବନ । ପୂର୍ବରୁ ନିଜକୁ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟରେ ଅପିଲ କରିଥିଲା । ସେତେବେଳେ ମଧ୍ୟ ପବନର ଆବେଦନକୁ ଖାରଜ କରିଥିଲେ ସୁପ୍ରିମକୋର୍ଟ ।

Get real time updates directly on you device, subscribe now.