fbpx

ନିର୍ଭୟା ମାମଲା, ଜାନୁଆରୀ ୨୨ରେ ଦିଆଯାଇ ନ ପାରେ ଫାଶୀ!

ନୂଆଦିଲ୍ଲୀ, ୧୫ା୧: ନିର୍ଭୟା ଦୋଷୀଙ୍କୁ ଫାଶୀରେ ବିଳମ୍ବ ହୋଇପାରେ ବୋଲି ସୂଚନା ମିଳିଛି । ଜାନୁଆରୀ ୨୨ରେ ଫାଶୀ ଦିଆଯାଇ ନପାରେ । କ୍ଷମା ଆବେଦନ ନିଷ୍ପତ୍ତି ପରେ ଦୋଷୀଙ୍କୁ ୧୪ଦିନ ମିଳିବ । ଏନେଇ ଏଏସଜି ଓ ଦିଲ୍ଲୀ ସରକାରଙ୍କୁ କହିଛନ୍ତି କୋର୍ଟ । ୪ଦୋଷୀଙ୍କ ମଧ୍ୟରୁ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିଛି ।
ନିର୍ଭୟା ମାମଲାରେ ଗତକାଲି କ୍ୟୁରେଟିଭ ପିଟିସନ ଆବେଦନ ଉପରେ ଶୁଣାଣି ହୋଇଥିଲା । ଚାରି ଦୋଷୀଙ୍କ ମଧ୍ୟରୁ ଦୁଇ ଦୋଷୀ କ୍ୟୁରେଟିଭ ପିଟିସନ ଆବେଦନ କରିଥିଲେ । ବିନୟ ଓ ମୁକେଶ ଆବେଦନ କରିଥିଲେ କ୍ୟୁରେଟିଭ ପିଟିସନ । ସୁପ୍ରିମକୋର୍ଟରେ ୫ଜଣିଆ ଖଣ୍ଡପୀଠରେ ଏହି ଆବେଦନକୁ ଖାରଜ କରାଯାଇଥିଲା । ଏହି ଆବେଦନ ଖାରଜ ପରେ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିିଥିଲା । ରାଜକ୍ଷମା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଖରେ ଆବେଦନ କରାଯାଇଥିଲା । ତିହାର ଜେଲ କର୍ତ୍ତୃପକ୍ଷଙ୍କ ଜରିଆରେ ଏହି ଆବେଦନ କରାଯାଇଛି ।

୨୨ ତାରିଖରେ ୪ ଦୋଷୀଙ୍କୁ ଫାଶୀଦଣ୍ଡ ଦିଆଯିବା ନେଇ ଧାର୍ଯ୍ୟ କରାଯାଇଥିଲା । ସକାଳ ୭ଟାରେ ସେମାନଙ୍କୁ ଫାଶୀ ଦିଆଯିବ । ଉଲ୍ଲେଖଯୋଗ୍ୟ ଯେ ଜାନୁଆରି ୭ ତାରିଖରେ ମୃତ୍ୟୁ ପରୱାନା ଜାରି କରିଥିଲେ ପଟିଆଲା ହାଉସକୋର୍ଟ । ତିହାର ଜେଲରେ ସେମାନଙ୍କୁ ଫାଶୀ ଦିଆଯିବା ସହ ପ୍ରସ୍ତୁତି ଚୂଡ଼ାନ୍ତ ରୂପ ନେଇଥିବା ସୂଚନା ରହିଛି ।

Get real time updates directly on you device, subscribe now.