fbpx

ନିର୍ଭୟା ମାମଲା, ପବନର କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ, ୨୮ା୨: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ୪ଦୋଷୀଙ୍କ ମଧ୍ୟରୁ ପବନ ଗୁପ୍ତା ଆଜି ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ପିଟିସନ ଦାଖଲ କରିଛି । ସେ ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ପାଇଁ ଆବେଦନ କରିଛି ।

ଉଲ୍ଲେଖଯୋଗ୍ୟ ଯେ ଅନ୍ୟପଟେ ଗତ ୧୭ତାରିଖ ଦିନ ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ଥିବା ୪ଜଣ ଦୋଷୀଙ୍କୁ ଫାଶୀ ଦେବା ପାଇଁ ନୂଆ ଡ଼େଥ ୱାରେଣ୍ଟ ଜାରି କରିଥିଲେ ପଟିଆଲା ହାଉସକୋର୍ଟ । ଆସନ୍ତା ୩ ମାର୍ଚ୍ଚ ସକାଳ ୬ଟା ସମୟରେ ନିର୍ଭୟା ଦୋଷୀମାନଙ୍କୁ ଫାଶୀ ଦିଆଯିବା ନେଇ ସୂଚନା ରହିଛି । ସମୟ ଗଡ଼ିବା ସଙ୍ଗେ ସଙ୍ଗେ ଦୋଷୀମାନେ ଫାଶୀ ଆଳରୁ ବଞ୍ଚିବା ପାଇଁ ନୂଆ ନୂଆ ଚାଲ ଖେଳିବାରେ ଲାଗି ପଡ଼ିଛନ୍ତି ।

Get real time updates directly on you device, subscribe now.