fbpx

ନିର୍ଭୟା ମାମଲା, ପବନର କ୍ୟୁରେଟିଭ ପିଟିସନ ଖାରଜ

ନୂଆଦିଲ୍ଲୀ, ୨ା୩: ୨୦୧୨ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ୪ଦୋଷୀଙ୍କ ମଧ୍ୟରୁ ପବନ ଗୁପ୍ତା ଗତ ୨୮ତାରିଖ ଦିନ ସୁପ୍ରିମକୋର୍ଟରେ କ୍ୟୁରେଟିଭ୍ ପିଟିସନ ଦାଖଲ କରିିଥିଲା । ଆଜି କ୍ୟୁରେଟିଭ ପିଟିସନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ସେ ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ପାଇଁ ଆବେଦନ କରିଥିଲା ।

ଉଲ୍ଲେଖଯୋଗ୍ୟ ଯେ ଅନ୍ୟପଟେ ଗତ ୧୭ତାରିଖ ଦିନ ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ଥିବା ୪ଜଣ ଦୋଷୀଙ୍କୁ ଫାଶୀ ଦେବା ପାଇଁ ନୂଆ ଡ଼େଥ ୱାରେଣ୍ଟ ଜାରି କରିଥିଲେ ପଟିଆଲା ହାଉସ କୋର୍ଟ । ଆସନ୍ତାକାଲି ସକାଳ ୬ଟା ସମୟରେ ନିର୍ଭୟା ଦୋଷୀମାନଙ୍କୁ ଫାଶୀ ଦିଆଯିବା ନେଇ ସୂଚନା ରହିଛି । ଆଉ ଦୋଷୀଙ୍କ ହାତରେ କମ୍ ସମୟ ଥିବା ବେଳେ ଫାଶୀରୁ ବଞ୍ଚିବା ପାଇଁ ଦୋଷୀମାନେ ନୂଆ ନୂଆ ଚାଲ ଖେଳିବାରେ ଲାଗିପଡ଼ିଛନ୍ତି ।

Get real time updates directly on you device, subscribe now.