fbpx

ନିର୍ଭୟା ମାମଲା, ପବନର ରାଜକ୍ଷମା ଆବେଦନ ଖାରଜ

ନୂଆଦିଲ୍ଲୀ, ୪ା୩: ୨୦୧୨ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଚାରି ଦୋଷୀଙ୍କ ମଧ୍ୟରୁ ପବନ ଗୁପ୍ତା କରିଥିବା ରାଜକ୍ଷମା ଆବେଦନ ଖାରଜ ହୋଇଛି । ରାଜକ୍ଷମା ଆବେଦନ ଖାରଜ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସୂଚନାଯୋଗ୍ୟ ଯେ ଗତ ୨ତାରିଖ ଦିନ ରାଷ୍ଟ୍ରପତିଙ୍କ ନିକଟରେ ପବନର ଓକିଲ ରାଜକ୍ଷମା ପାଇଁ ଆବେଦନ କରିଥିଲେ । ସେହିପରି ୨ତାରିଖ ଦିନ ପବନର କ୍ୟୁରେଟିଭ ପିଟିସନ ମଧ୍ୟ ଖାରଜ କରିଥିଲେ ସୁପ୍ରିମକୋର୍ଟ । ସେ ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିଲା ।

ଉଲ୍ଲେଖଯୋଗ୍ୟ ଯେ ଅନ୍ୟପଟେ ମାର୍ଚ୍ଚ ୩ରେ ହେବାକୁ ଥିବା ଫାଶୀ ଉପରେ ସ୍ଥଗିତାଦେଶ ଲଗାଇଥିଲେ ଦିଲ୍ଲୀ ପଟିଆଲା ହାଉସକୋର୍ଟ । ତେଣୁ ଗତକାଲି ଚାରି ଦୋଷୀଙ୍କୁ ଫାଶି ଦିଆଯାଇ ନଥିଲା । ଏହାକୁ ମିଶି ୩ଥର ଘୁଞ୍ଚିଲାଣି ଫାଶି ତାରିଖ । ପୂର୍ବରୁ ଜାନୁଆରି ୨୨, ପେବୃଆରୀ ୧ ଓ ଗତକାଲି ମଧ୍ୟ ଡ଼େଥ ୱାରେଣ୍ଟ ଉପରେ ରୋକ୍ ଲଗାଇଥିଲେ ପଟିଆଲା ହାଉସକୋର୍ଟ ।

Get real time updates directly on you device, subscribe now.