fbpx

ନିର୍ଭୟା ମାମଲା, ମୁକେଶର ରାଜକ୍ଷମା ଆବେଦନକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଲା ଗୃହମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୧୬ା୧(ଓଡ଼ିଶା ଭାସ୍କର): ନିର୍ଭୟା ମାମଲାର ୪ଦୋଷୀଙ୍କ ମଧ୍ୟରୁ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିଥିଲା । ଆଜି ସେହି ରାଜକ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଛି ଗୃହମନ୍ତ୍ରଣାଳୟ ।ଗତ ୧୪ତାରିଖ ଦିନ କ୍ୟୁରେଟିଭ ପିଟିସନ ଆବେଦନ ଉପରେ ଶୁଣାଣି ହୋଇଥିଲା । ଚାରି ଦୋଷୀଙ୍କ ମଧ୍ୟରୁ ଦୁଇ ଦୋଷୀ କ୍ୟୁରେଟିଭ ପିଟିସନ ଆବେଦନ କରିଥିଲେ । ବିନୟ ଓ ମୁକେଶ ଆବେଦନ କରିଥିଲେ କ୍ୟୁରେଟିଭ ପିଟିସନ । ସୁପ୍ରିମକୋର୍ଟରେ ୫ଜଣିଆ ଖଣ୍ଡପୀଠରେ ଏହି ଆବେଦନକୁ ଖାରଜ କରାଯାଇଥିଲା । ଏହି ଆବେଦନ ଖାରଜ ପରେ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିିଥିଲା । ରାଜକ୍ଷମା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଖରେ ଆବେଦନ କରାଯାଇଥିଲା । ତିହାର ଜେଲ କର୍ତ୍ତୃପକ୍ଷଙ୍କ ଜରିଆରେ ଏହି ଆବେଦନ କରାଯାଇଥିଲା ।

୨୨ ତାରିଖରେ ୪ ଦୋଷୀଙ୍କୁ ଫାଶୀଦଣ୍ଡ ଦିଆଯିବା ନେଇ ଧାର୍ଯ୍ୟ କରାଯାଇଛି । ସକାଳ ୭ଟାରେ ସେମାନଙ୍କୁ ଫାଶୀ ଦିଆଯିବ । ଉଲ୍ଲେଖଯୋଗ୍ୟ ଯେ ଜାନୁଆରି ୭ ତାରିଖରେ ମୃତ୍ୟୁ ପରୱାନା ଜାରି କରିଥିଲେ ପଟିଆଲା ହାଉସକୋର୍ଟ । ତିହାର ଜେଲରେ ସେମାନଙ୍କୁ ଫାଶୀ ଦିଆଯିବା ସହ ପ୍ରସ୍ତୁତି ଚୂଡ଼ାନ୍ତ ରୂପ ନେଇଥିବା ସୂଚନା ରହିଛି ।

Get real time updates directly on you device, subscribe now.