fbpx

ଫାଶୀରୁ ବଞ୍ଚିବା ପାଇଁ ସୁପ୍ରିମକୋର୍ଟ ଗଲା ନିର୍ଭୟା ଦୋଷୀ

ନୂଆଦିଲ୍ଲୀ,୨୫ ।୧: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଫାଶୀରୁ ବଞ୍ଚିବା ପାଇଁ ଦୋଷୀମାନେ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି । ସେହିପରି ଆଜି ନିର୍ଭୟା ଦୋଷୀ ମୁକେଶ କୁମାର ସିଂହର ଓକିଲ ବୃନ୍ଦା ଜରିଆରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି । ରାଷ୍ଟ୍ରପତିଙ୍କୁ ପଠାଇଥିବା ରାଜକ୍ଷମା ଖାରଜ ହେବା ପ୍ରତିବାଦରେ ମୁକେଶ ଆବେଦନ କରିଛି ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୨ ନିର୍ଭୟା ଗଣଦୁର୍ଷ୍କମ ମାମଲାର ୪ଦୋଷୀଙ୍କ ମଧ୍ୟରୁ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିଥିଲା । ମୁକେଶର ରାଜକ୍ଷମା ଆବେଦନକୁ ଖାରଜ କରିିଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନ ପକ୍ଷରୁ ଗୃହ ମନ୍ତ୍ରାଳୟକୁ ଅବଗତ କରାଯାଇଥିଲା । ଏହାସହ ଫାଶୀଦଣ୍ଡ ବଜାୟ ରଖିବାକୁ ପରାମର୍ଶ ଦିଆଯାଇଥିଲା । ତେଣୁ ପଟିଆଲା ହାଉସ କୋର୍ଟ ପକ୍ଷରୁ ନୂଆ ଡ଼େଥ ୱାରେଣ୍ଟ ଜାରି କରାଯାଇଥିଲା । ଜାନୁଆରି ୨୨ତାରିଖ ବଦଳରେ ଫେବୃଆରୀ ୧ ତାରିଖ ଦିନ ସକାଳ ୬ଟାରେ ଅକ୍ଷୟ, ପୱନ, ବିନୟ, ମୁକେଶ ୪ଦୋଷୀଙ୍କୁ ଫାଶୀ ଦିଆଯିବ । ତିହାର ଜେଲରେ ସେମାନଙ୍କୁ ଫାଶୀ ଦିଆଯିବା ସହ ପ୍ରସ୍ତୁତି ଚୂଡ଼ାନ୍ତ ରୂପ ନେଇଥିବା ସୂଚନା ରହିଛି।

Get real time updates directly on you device, subscribe now.