fbpx

ଏବେ ଫାଶୀ ସୁନିଶ୍ଚିତ, ମୁକେଶ ଆବେଦନକୁ ସୁପ୍ରିମକୋର୍ଟଙ୍କ ଖାରଜ

ନୂଆଦିଲ୍ଲୀ,୨୯ ।୧: ନିର୍ଭୟା ଗଣଦୁଷ୍କର୍ମର ଦୋଷୀ ମୁକେଶ କୁମାର ସିଂହକୁ ଲାଗିଛି ଝଟକା । ମୁକେଶର ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ରାଜକ୍ଷମା ଖାରଜ ହେବା ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ମୁକେଶ । ୧୭ରେ ରାଷ୍ଟ୍ରପତି ମୁକେଶର ରାଜକ୍ଷମା ଆବେଦନକୁ ଖାରଜ କରିଥିଲେ ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୨ ନିର୍ଭୟା ଗଣଦୁର୍ଷ୍କମ ମାମଲାର ୪ଦୋଷୀଙ୍କ ମଧ୍ୟରୁ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିଥିଲା । ମୁକେଶର ରାଜକ୍ଷମା ଆବେଦନକୁ ଖାରଜ କରିିଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନ ପକ୍ଷରୁ ଗୃହ ମନ୍ତ୍ରାଳୟକୁ ଅବଗତ କରାଯାଇଥିଲା । ଏହାସହ ଫାଶୀଦଣ୍ଡ ବଜାୟ ରଖିବାକୁ ପରାମର୍ଶ ଦିଆଯାଇଥିଲା । ତେଣୁ ପଟିଆଲା ହାଉସ କୋର୍ଟ ପକ୍ଷରୁ ନୂଆ ଡ଼େଥ ୱାରେଣ୍ଟ ଜାରି କରାଯାଇଥିଲା । ଜାନୁଆରି ୨୨ତାରିଖ ବଦଳରେ ଫେବୃଆରୀ ୧ ତାରିଖ ଦିନ ସକାଳ ୬ଟାରେ ଅକ୍ଷୟ, ପୱନ, ବିନୟ, ମୁକେଶ ୪ଦୋଷୀଙ୍କୁ ଫାଶୀ ଦିଆଯିବ । ତିହାର ଜେଲରେ ସେମାନଙ୍କୁ ଫାଶୀ ଦିଆଯିବା ସହ ପ୍ରସ୍ତୁତି ଚୂଡ଼ାନ୍ତ ରୂପ ନେଇଥିବା ସୂଚନା ରହିଛି ।

Get real time updates directly on you device, subscribe now.