ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କାରୀ । ଦିନିକିଆ ଓଡ଼ିଶା ଗସ୍ତ ପାଇଁ ଆସିଛନ୍ତି କେନ୍ଦ୍ର ସଡ଼କ, ପରିବହନ ମନ୍ତ୍ରୀ ।
କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ । ୪ ହଜାର କୋଟିର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
ଗଡକାରୀଙ୍କୁ ବିମାନବନ୍ଦରରୁ ପାଛୋଟିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ।
ବିମାନବନ୍ଦରରୁ କଟକ ରେଭେନ୍ସା ଯିବାର କାର୍ଯ୍ୟକ୍ରମ ରହିଛି ।