fbpx

କରୋନା ପ୍ରଭାବ, ଲୋକସେବା ଭବନ ସମେତ ୩ ସରକାରୀ ଅଫିସକୁ ପ୍ରବେଶ ମନା

ଭୁବନେଶ୍ୱର, ୨ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ଏଥିସହିତ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ତେଣୁ ଆଜି ଲୋକସେବା ଭବନ ସମେତ ତିନୋଟି ପ୍ରମୁଖ ପ୍ରଶାସନିକ କାର୍ଯ୍ୟାଳୟ ପରିସରକୁ ଜୁଲାଇ ୩୧ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି ।ତେବେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଲୋକସେବା ଭବନ, ଖାରବେଳ ଭବନ, କୃଷି ଭବନ,, ରାଜୀବ ଭବନରେ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହିପରି ପଦକ୍ଷେପ ନିଆଯାଇଛି ।

Get real time updates directly on you device, subscribe now.