fbpx

ପଞ୍ଚାୟତ ନିର୍ବାଚନ ୨୦୨୨: ଚତୁର୍ଥ ଦିନରେ ନାମାଙ୍କନ ଭରିଲେ ୫୮୫୮୮

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପଞ୍ଚାୟତ ନିର୍ବାଚନର ତାତି ଧୀରେ ଧୀରେ ବଢିବାରେ ଲାଗିଛି । ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ଦ୍ୱିତୀୟ ଦିନରେ ଏହି ସଂଖ୍ୟା ବୃଦ୍ଧି ପାଇଥିଲା । ଦ୍ୱିତୀୟ ଦିନରେ ସମୁଦାୟ ୧୩୫୫୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ ତୃତୀୟ ଦିନରେ ୫୨୮୬୮ ଜଣ ନାମାଙ୍କନ ଦାଖଲ କରିଥିବା ବେଳେ ଚତୁର୍ଥ ଦିନରେ ୫୮ ହଜାର ଅତିକ୍ରମ କରିଛି ନାମାଙ୍କନ ସଂଖ୍ୟା ।

୫୨୮୬୮ ଜଣଙ୍କ ମଧ୍ୟରୁ ୱାର୍ଡ ମେମ୍ବର ପଦବୀ ପାଇଁ ସର୍ବାଧିକ ୪୦୭୩୨ ଜଣ ନାମାଙ୍କନ ଦାଖଲ କରିଛନ୍ତି । ୮୮୪୨ ଜଣ ସରପଞ୍ଚ ପ୍ରାର୍ଥୀ ନାମାଙ୍କନ ଭରିଥିବା ବେଳେ ୭୮୩୨ ଜଣ ସମିତି ସଭ୍ୟ ପ୍ରାର୍ଥୀ ଏବଂ ୧୧୮୨ ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି ।  ସୂଚନାଯୋଗ୍ୟ ଯେ, ଗତ ୧୩ ତାରିଖରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ି ଏନେଇ ପୂର୍ବରୁ ଘୋଷଣା କରିଥିବା ବେଳେ ସରପଞ୍ଚ, ସମିତି ଓ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ରାଜ୍ୟରେ ଆସନ୍ତା ଫେବୃଆରୀ ୧୬ ତାରିଖରୁ ମୋଟ ୫ଟି ପର୍ୟ୍ୟାୟରେ ଭୋଟ ଗ୍ରହଣ କରାଯିବ । ଆସନ୍ତା ୧୭ରୁ ୨୧ ମଧ୍ୟରେ ନାମାଙ୍କନପତ୍ର ଦାଖଲ, ୨୨ରେ ଯାଞ୍ଚ, ୨୫ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଓ ୨୫ରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ବୋଲି କୁହାଯାଇଛି ।

Get real time updates directly on you device, subscribe now.