fbpx

ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନିର୍ବାଚନ, ନାମାଙ୍କନ ଭରିଲେ ନଡ୍ଡା

ନୂଆଦିଲ୍ଲୀ,୨୦ ।୧: ନୂଆ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏନେଇନାମାଙ୍କନ ଦାଖଲ କରିଛନ୍ତି ଜେପି ନଡ୍ଡା । ନାମାଙ୍କନ ଦାଖଲ ବେଳେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଛତିଶଗଡର ପୂର୍ବ ମୁଖ୍ୟମନ୍ତ୍ରୀ ରମଣ ସିଂହ, କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ ସମେତ ବହୁ ବରିଷ୍ଠ ମନ୍ତ୍ରୀ ଉପସ୍ଥିତ ଥିଲେ । ତେବେ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସମ୍ମାନ କରିବେ ।

Get real time updates directly on you device, subscribe now.