ମାଟ୍ରିକ୍‌ ପରୀକ୍ଷା ପାଇଁ ଆସିଲା ବିଜ୍ଞପ୍ତି: କାଲିଠୁ ଆରମ୍ଭ ହେବ ଫର୍ମ ପୂରଣ

କଟକ: ୨୦୨୫ ମାଟ୍ରିକ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୩ ଅର୍ଥାତ୍ ଆସନ୍ତାକାଲି ଠାରୁ ଉଭୟ ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କ ପାଇଁ ମାଟ୍ରିକ ଫର୍ମ ପୂରଣ ଆରମ୍ଭ ହେବ । ସେହିପରି ଫର୍ମ ପୂରଣର ଶେଷ ତାରିଖ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରହିଛି।

ତେବେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଆସନ୍ତାକାଲି ଠାରୁ ଅନୁଷ୍ଠିତ ହେବାକୁ ଯାଉଛି ।

ଛାତ୍ରଛାତ୍ରୀମାନେ ଆସନ୍ତାକାଲି ଠାରୁ ୧୮ ତାରିଖ ରାତି ୧୧.୪୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ଯୋଗେ ଫର୍ମ ପୂରଣ କରିପାରିବେ। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅନଲାଇନ୍‌ରେ ଫର୍ମ ଫିଲ୍ଅପ୍‌ କରିବେ। ତେବେ ଏନେଇ ସମସ୍ତ ସୂଚନା www.bseodisha.ac.in ୱେବସାଇଟରେ ଫର୍ମ ପୂରଣ ପାଇଁ ଲିଙ୍କ ଓ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଛି ।

ପରୀକ୍ଷା ଦେବାକୁ ଥିବା ରେଗୁଲାର, ଏକ୍ସ ରେଗୁଲାର, କରେସପଣ୍ଡେନ୍ସ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଫର୍ମ ଫିଲଅପ୍ କାଲିଠାରୁ ଆରମ୍ଭ ହେବ। ହେଲେ କରେସପଣ୍ଡେଣ୍ଟ କୋର୍ସରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀମାନେ ବୋର୍ଡ ଆଞ୍ଚଳିକ କାର୍ଯ୍ୟାଳୟରେ ଉପସଚିବଙ୍କ ଦ୍ବାରା ଅଫ୍‌ଲାଇନ୍‌ରେ ଫର୍ମପୂରଣ କରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।