fbpx

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ କରୋନା, ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀର ପ୍ରକୋପ ଏବେ ବି ଜାରି ରହିଛି । ନେତା, ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ ସେଲିବ୍ରିଟମାନେ ମଧ୍ୟ ଏହାର ଶିକାର ହେଉଛନ୍ତି । ଏହାରି ମଧ୍ୟରେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜେନ୍ଦ୍ରଙ୍କୁ ଛତିଶଗଡର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ସୂଚନା ମିଳିଛି । ସୂତ୍ରରୁ ଖବର ମିଳିଛି ଯେ, ବିଧାୟକ ରାଜେନ୍ଦ୍ର କରୋନା ପଜିଟିଭ ହେବା ପରେ ନିଜକୁ ହୋମ୍ ଆଇସୋଲେସନରେ ରଖିଥିଲେ । କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଛତିଶଗଡର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ତେବେ ରାଜ୍ୟରେ ଆଜି ପୁଣି ୬୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୩୯ ହଜାର ୩୭୬ ରହିଥିବା ବେଳେ ୭୬ ହଜାର ୭୫୦ ଜଣ ଚିକିତ୍ସିତ ହେଉଛନ୍ତି ।

ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୪ ଜଣ, ପୁରୀ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସମ୍ବଲପୁର, ସୁବର୍ଣ୍ଣପୁର ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

Get real time updates directly on you device, subscribe now.