fbpx

ଥମୁନି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା : ପୁଣି ଦିନ କରେ ୧୪ ପଜିଟିଭ

ସୁନ୍ଦରଗଡ଼ : ଆତଙ୍କ ଖେଳାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡ଼ ବାସିଙ୍କର ଭୟ ବଢାଉଛି ଏହି ରୋଗ । ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗୋଟିଏ ଦିନରେ ପୁଣି ୧୪ଟି ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପିଟିଭର ସଂଖ୍ୟା ୪୩୦ରେ ପହଞ୍ଚିଲାଣି । ଗତକାଲି ୯୯ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୪ଟି ପଜିଟିଭ ଚିହ୍‌ନଟ ହୋଇଥିବା ଜଣାପଡିଛି । ଏନେଇ ଜିଲ୍ଲାର ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଚିନ୍ତା ବଢିବାରେ ଲାଗିଛି ।

ତେବେ ଏହି ରୋଗ କେବଳ ସୁନ୍ଦରଗଡ଼ରେ ନୁହଁ । ବରଂ ରାଜ୍ୟର ଅନ୍ୟାନ୍ୟ କେତେକ ଜିଲ୍ଲାରେ ଏହାର ସଂକ୍ରମଣ ବ୍ୟାପିବାରେ ଲାଗିଛି । ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ଜୀବାଣୁ ଚାଷ ଜମି ଓ ଜଙ୍ଗଲରେ ରହିଥାନ୍ତି । ଲାର୍ଭା ମାଇଟ୍ସ ନାମକ ପୋକ କାମୁଡିବା ଫଳରେ ଏହା ଭୂତାଣୁ ଶରୀରର ଚର୍ମକୁ ଚାଲିଯାଇଥାଏ । ପୋକଟି ଯେଉଁଠି କାମୁଡିଥାଏ ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଥାଏ । ପରେ ଏହା ଘା’ ହୋଇଯାଇଥାଏ । ଲମ୍ବା ସମୟ ଧରି ଜ୍ୱର ସହିତ ହାତ, ଗୋଡ ଓ ତଣ୍ଟି ବିନ୍ଧା ଲାଗିରହିଥାଏ । ଏପରିକି ଝାଡା ଓ କାଶ ମଧ୍ୟ ହୋଇଥାଏ ।

Get real time updates directly on you device, subscribe now.