fbpx

ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା

Advertisement

ନୂଆଦିଲ୍ଲୀ, ୯ା୫ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୦୯୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୨ ହଜାର ୩୬୨କୁ ବୃଦ୍ଧି ପାଇଛି । ଦିନକରେ ୪ ଲକ୍ଷ ୩ ହଜାର ୭୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୨ ଲକ୍ଷ ୯୬ ହଜାର ୪୧୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୩୬ ହଜାର ୬୪୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮୩ ଲକ୍ଷ ୧୭ ହଜାର ୪୦୪ରେ ପହଞ୍ଚିଛି । ୧୬ କୋଟି ୯୪ ଲକ୍ଷ ୩୯ ହଜାର ୬୬୩ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.