fbpx

ଆଜି ଭଜନ ଲାଲ ଶର୍ମାଙ୍କ ଶପଥ ଗ୍ରହଣ ସମାରୋହ, ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ବରିଷ୍ଠ ନେତା ହେବେ ସାମିଲ

ଜୟପୁର: ଆଜି ରାଜସ୍ଥାନର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଭଜନ ଲାଲ ଶର୍ମା । ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ ଦିୟା କୁମାରୀ ଏବଂ ପ୍ରେମଚନ୍ଦ ବୈରୱାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ କଲରାଜ ମିଶ୍ର । ଜୟପୁର ସ୍ଥିତ ଆଲବର୍ଟ ହଲ ପରିସରରେ ପୂର୍ବାହ୍ନ ୧୧ଟା ୧୦ ମିନିଟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ବରିଷ୍ଠ କେନ୍ଦ୍ରୀୟ ନେତୃବୃନ୍ଦ ସାମିଲ ରହିବେ । ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ଦୃଷ୍ଟିରେ ରଖି ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Get real time updates directly on you device, subscribe now.