fbpx

ଓଡ଼ିଶା ଲଳିତ କଳା ଏକାଡେମି ପୁରସ୍କାର ଘୋଷଣା: ବଂଶୀଧର ପ୍ରତିହାରୀ ପାଇବେ ‘ଧର୍ମପଦ ପୁରସ୍କାର

ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ୨୦୨୨ ମସିହା ପାଇଁ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାରରେ ସମ୍ମାନୀତ ହେବେ ୯୪ବର୍ଷୀୟ ବିଶିଷ୍ଟ ଚିତ୍ର ଶିଳ୍ପୀ ବଂଶୀଧର ପ୍ରତିହାରୀ । ଏଥିସହିତ ବିଶିଷ୍ଟ ଭାସ୍କର୍ଯ୍ୟ ଓ ଚିତ୍ର ଶିଳ୍ପୀ ବ୍ରଜବନ୍ଧୁ ମିଶ୍ର, ତାଳପତ୍ର ଚିତ୍ରଶିଳ୍ପୀ ଲକ୍ଷ୍ମୀଧର ସୁବୁଦ୍ଧି, ପାରମ୍ପରିକ ପଟ୍ଟଚିତ୍ର ଶିଳ୍ପୀ ଭ୍ରମରବର ନାୟକ, ଚିତ୍ରଶିଳ୍ପୀ ରମେଶ କୁମାର ବେହେରା ଏବଂ ପ୍ରସ୍ଥର ଶିଳ୍ପୀ କେଶବ ଚନ୍ଦ୍ର ମହାରଣାଙ୍କୁ ଶିଳ୍ପୀ ସମ୍ବର୍ଦ୍ଧନା ଲାଗି ମନୋନୀତ କରାଯାଇଛି ।

ଆସନ୍ତାକାଲି ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିବିଭାଗ ଅଧୀନସ୍ଥ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ଏହି ନାମ ଘୋଷଣା କରାଯାଇଛି । ଧର୍ମପଦ ପୁରସ୍କୃତ ଶିଳ୍ପୀଙ୍କୁ ୫ଲକ୍ଷ ଟଙ୍କାର ଅର୍ଥରାଶି ଚେକ୍‍ ଏବଂ ସମ୍ବର୍ଦ୍ଧିତ ଶିଳ୍ପୀମାନଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ ଅର୍ଥରାଶି ଚେକ୍‍ ସହ ତାମ୍ରଫଳକ ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରାଯିବ ବୋଲି ଏକାଡେମୀ ପକ୍ଷରୁ ସଚିବ ପଞ୍ଚାନନ ସାମଲ ଜଣାଇଛନ୍ତି ।

Get real time updates directly on you device, subscribe now.