fbpx

ଜାରି ହେଲା ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଚିଠା ନିୟମ

ଭୁବନେଶ୍ଵର: (ଓଡ଼ିଶା ଭାସ୍କର) ଜାରି ହେଲା ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଚିଠା ନିୟମ । ଓଡ଼ିଶା ଆପାର୍ଟମେଣ୍ଟ ଆଇନ ୨୦୨୩ ଅଧୀନରେ ଆସିଲା ଚିଠା ନିୟମ । ଚିଠା ନିୟମ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି । ଚିଠା ନିୟମରେ ଆପାର୍ଟମେଣ୍ଟ କ୍ରେତାଙ୍କ ଆସୋସିଏସନ୍‌ ଗଠନର ବାଇ ଲ’ ରହିଛି । ଚିଠା ନିୟମ ଜାରି ସହ ଲୋକମାନଙ୍କର ମତାମତକୁ ଅପେକ୍ଷା କରାଯିବ । ଗତ ୧୩ ତାରିଖରେ ଜାରି ହୋଇଛି ବିଜ୍ଞପ୍ତି, ମତାମତ ଅବଧି ୩୦ ଦିନ । ଚିଠା ନିୟମ ଲାଗୁ ହେଲେ ଆପାର୍ଟମେଣ୍ଟ କିଣାବିକା ନେଇ ଖୋଲିବ ବାଟ ।
ଓଡିଶା ଆପାର୍ଟମେଣ୍ଟ ବିଲ୍-୨୦୨୩ରେ ରହିବ ଏସବୁ ବ୍ୟବସ୍ଥା…
୧. ଆପାର୍ଟମେଣ୍ଟର ସାଧାରଣ ସ୍ଥାନର ବ୍ୟବହାରକୁ ନିୟନ୍ତ୍ରଣ କରିବ ମାଲିକ ସଂଘ।
୨. ଆପାର୍ଟମେଣ୍ଟର ସାଧାରଣ ବ୍ୟୟ ନିମନ୍ତେ ଆବଣ୍ଟନଗ୍ରାହୀଙ୍କ ଏକ ସଂଘ ପାଣ୍ଠି ସୃଷ୍ଟି କରିବା।
୩. ରିଅଲ୍ ଇଷ୍ଟେଟ୍ (ନିୟମାବଳୀ ଏବଂ ବିକାଶ) ଅଧିନିୟମର ବ୍ୟବସ୍ଥା ଅନୁରୁପ ଆବଣ୍ଟନଗ୍ରାହୀମାନଙ୍କ ସଂଘ ନାମରେ ସାଧାରଣ କ୍ଷେତ୍ରର ପଞ୍ଜୀକରଣ ସମ୍ବନ୍ଧୀୟ ଆବଶ୍ୟକୀୟ ବ୍ୟବସ୍ଥା ସୃଷ୍ଟି କରିବା।
୪. ଆବଣ୍ଟନଗ୍ରାହୀମାନଙ୍କ ସଂଘକୁ ଦକ୍ଷ ପ୍ରାଧୀକରଣଙ୍କ ନିକଟରେ ପଞ୍ଜୀକରଣ କରି ଏହାର ପରିଚାଳନା ନିମନ୍ତେ ବିଭିନ୍ନ ସର୍ତ୍ତାବଳୀ ପାଇଁ ଉପ-ବିଧି ଦ୍ୱାରା ଏକକ ବ୍ୟବସ୍ଥା କରିବା।
୫. ପୃଷ୍ଠପୋଷକମାନଙ୍କର ଦାୟିତ୍ୱକୁ ସ୍ପଷ୍ଟ ଭାବରେ ନିର୍ଦ୍ଧାରଣ କରିବା।
୬. ପ୍ରତ୍ୟେକ ଆପାର୍ଟମେଣ୍ଟ ନିର୍ମାତା ଓ ଆପାର୍ଟମେଣ୍ଟ ମାଲିକମାନଙ୍କ ସଂଘ ସହିତ ସମ୍ପର୍କ ଏବଂ ତତସଲଗ୍ନ ଅଧିକାର ଏବଂ ଦାୟିତ୍ୱକୁ ନିର୍ଦ୍ଧାରିତ କରିବା।
୭. ଆପାର୍ଟମେଣ୍ଟ ମାଲିକମାନଙ୍କର ସଂଘ ଗଠନ ପାଇଁ ବ୍ୟବସ୍ଥା କରିବା।
୮. ଆପାର୍ଟମେଣ୍ଟର ବୀମା ଏବଂ ଏହାର ନିର୍ମାଣ ଜନିତ ସ୍ଥିରତା ନିଶ୍ଚିତ କରିବା ପାଇଁ ବ୍ୟବସ୍ଥା କରିବା।
୯. ଆପାର୍ଟମେଣ୍ଟ ମାଲିକଙ୍କ ସ୍ୱାର୍ଥକୁ ଉପଯୁକ୍ତ ଭାବେ ସୁରକ୍ଷା ଯୋଗାଇବା ପାଇଁ ଅଧିନିୟମ, ନିୟମ ଏବଂ ନିୟମାବଳୀକୁ ମାନି କାର୍ଯ୍ୟ କରିବା ପାଇଁ ବ୍ୟବସ୍ଥା କରିବା।

Get real time updates directly on you device, subscribe now.