fbpx
BSKY SKY
BSKY SKY

ଓଡ଼ିଶାର କେଉଁଠି କେବେ ହେବ ନିର୍ବାଚନ? ସଂକ୍ଷେପରେ ଜାଣନ୍ତୁ

BSKY

ଭୁବନେଶ୍ୱର: ଆଜି ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଭୋଟ୍ ପାଇଁ ତାରିଖ ଘୋଷଣା ହୋଇଛି। ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ଓଡ଼ିଶାରେ ଚତୁର୍ଥ, ପଞ୍ଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ତେବେ ମେ’ ୧୩ରୁ ଜୁନ୍ ୧ ତାରିଖ ମଧ୍ୟରେ ୪ଟି ପର୍ଯ୍ୟାୟରେ ରାଜ୍ୟରେ ଭୋଟ୍ ଗ୍ରହଣ ହେବ ଓ ଜୁନ୍ ୪ତାରିଖରେ ଭୋଟ ଗଣତି ହେବ।

ଓଡ଼ିଶାର କେଉଁଠି କେବେ ହେବ ନିର୍ବାଚନ?

ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶରେ ଚତୁର୍ଥ ପର୍ଯ୍ୟାୟ): ଏଥିରେ ଓଡ଼ିଶାର ୪ଟି ଲୋକସଭା ଆସନ ଯଥା- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୧୮ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ସେହିପରି ନାମାଙ୍କନ ପତ୍ର ଦାଖଲ ପାଇଁ ଏପ୍ରିଲ ୨୫ତାରିଖ ଶେଷଦିନ ରହିଛି । ତେବେ ଏପ୍ରିଲ ୨୬ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ଏପ୍ରିଲ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି। ପ୍ରଥମ ପର୍ୟ୍ୟାୟ ଭୋଟ୍ ଗ୍ରହଣ ମେ’ ୧୩ତାରିଖରେ ହେବ ।

ଦ୍ୱିତୀୟ ପର୍ଯ୍ୟାୟ(ସମଗ୍ର ଦେଶରେ ପଞ୍ଚମ ପର୍ଯ୍ୟାୟ): ଏଥିରେ ଓଡ଼ିଶାର ୫ଟି ଲୋକସଭା ଆସନ ଯଥା- ବରଗଡ଼,ସୁନ୍ଦରଗଡ଼,ବଲାଙ୍ଗୀର, କନ୍ଧମାଳ ଓ ଆସିକା ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୨୬ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ତେବେ ନାମାଙ୍କନ ପତ୍ର ଦାଖଲ ପାଇଁ ମେ’ ୩ ତାରିଖ ଶେଷଦିନ ରହିଛି । ସେହିପରି ମେ’ ୪ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ମେ’ ୬ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୨୦ତାରିଖରେ ହେବ।

ତୃତୀୟ ପର୍ଯ୍ୟାୟ(ସମଗ୍ର ଦେଶରେ ଷଷ୍ଠ ପର୍ଯ୍ୟାୟ): ଏଥିରେ ଓଡ଼ିଶାର ୬ଟି ଲୋକସଭା ଆସନ ଯଥା- ସମ୍ବଲପୁର,କେନ୍ଦୁଝର,ଢେଙ୍କାନାଳ,କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ଏପ୍ରିଲ ୨୯ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ତେବେ ନାମାଙ୍କନ ପତ୍ର ଦାଖଲ ପାଇଁ ମେ’ ୬ ତାରିଖ ଶେଷଦିନ ରହିଛି। ସେହିପରି ମେ’ ୭ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ମେ’ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି । ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ମେ’ ୨୫ତାରିଖରେ ହେବ ।

ଚତୃର୍ଥ ପର୍ଯ୍ୟାୟ(ସମଗ୍ର ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ): ଏଥିରେ ଓଡ଼ିଶାର ୬ଟି ଲୋକସଭା ଆସନ ଯଥା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ଲୋକସଭା ନିର୍ବାଚନମଣ୍ଡଳୀ ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ମେ’ ୭ତାରିଖରେ ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ତେବେ ନାମାଙ୍କନ ପତ୍ର ଦାଖଲ ପାଇଁ ମେ’ ୧୪ ତାରିଖ ଶେଷଦିନ ରହିଛି । ସେହିପରି ମେ’ ୧୫ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ମେ’ ୧୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ ହୋଇଛି। ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଜୁନ ୧ତାରିଖରେ ହେବ।

ସୂଚନା ଯୋଗ୍ୟ, ଆଜିଠୁ ସମଗ୍ର ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ହେଲା ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ଏହା ସହ ଦେଶର ୯୬.୬ କୋଟି ପଞ୍ଜୀକୃତ ଭୋଟର ନୂତନ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ। ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି।

 

Get real time updates directly on you device, subscribe now.