Breaking: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ, ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା । ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ।
ଭୁବନେଶ୍ବର: 10ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ସୂଚନା ଦେଇଛନ୍ତି ।
ଛୁଆଙ୍କ ସହିତ ଧୋକା- 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟସ୍କୁଲ ଯୋଜନା ଠିକ୍ ନଥିଲା । ପିଲାମାନଙ୍କର ଭବିଷ୍ୟତ ସହିତ ଧୋକା ହୋଇଛି । ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ୍ ହୋଇ ନ ଥିଲା ।
ଆଦର୍ଶ ବିଦ୍ୟାଳୟ- ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତମାନଙ୍କରେ ହେବ ।
ଏଥିପାଇଁ ୧୨ ହଜାର କୋଟି ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ । ମୋଟ ୬୭୯୪ଟି ପଞ୍ଚାୟତରେ ଏପରି ଫିଡର ସ୍କୁଲ୍ ଚିହ୍ନଟ କରାଯିବ ।
ଅର୍ଥ କମିଶନଙ୍କ ପାଖରେ ଦାବି- ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, “ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ । ଏନେଇ ଆଜି କ୍ୟାବିନେଟ୍ରେ ପ୍ରସ୍ତାବ ପାରିତ ହୋଇଛି ।ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ ।”
ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ- ନୂତନ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ସରକାର । ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦ ପ୍ରତିଶତ ଛାଡ଼ ହେବ । ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ । ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବୁ । ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍ରେ ରିହାତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।