fbpx

ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଓଡିଶା ଭାସ୍କର: ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଅଦ୍ଭୁତ୍ତ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ କରିଥିବା କିଶୋର କୁମାର ଜେନାଙ୍କୁ ଏହି ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି କହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସୀୟ କ୍ରୀଡ଼ାର ଐତିହାସିକ ସଫଳତା ପାଇଁ କିଶୋରଙ୍କୁ ପ୍ରଶଂସା କରିଛନ୍ତି।

ଅନ୍ୟପଟେ କିଶୋର ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବାରୁ ତାଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ଉକ୍ତ ପ୍ରତିଯୋଗିତା ପାଇଁ ସମସ୍ତ ପ୍ରକାରର ସହଯୋଗ କରିବେ ବୋଲି ପ୍ରତିଶୃତି ମଧ୍ୟ ଦେଇଛନ୍ତି । ତେବେ କିଶୋରଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ଅବସରରେ ୫-ଟି ସେକ୍ରେଟାରୀ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି କିଶୋରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Get real time updates directly on you device, subscribe now.