fbpx

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳମନ୍ତ୍ର, ମୁଖ୍ୟମନ୍ତ୍ରୀ ଆଉ କଣ କହିଲେ ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳମନ୍ତ୍ର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ଦେବା ଅବସରରେ ସେ ଏହି ମତ ରଖିଛନ୍ତି । ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍ରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍ରେ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଉଦ୍ଘାଟନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ୱିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତ କେତେକ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ଗୁରୁତ୍ୱ ଦେଇ ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

 

 

 

 

 

 

 

 

 

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତ୍ରିସ୍ତର ରଖାଗଲା । ଲୋକଙ୍କୁ ଉତ୍ତମ ସେବା ୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି ର୍କ୍ୟାକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ । ଗଞ୍ଜାମ ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂର୍କରେ ସେ ଆଲୋକପାତ କରିଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାଡା ବିଧାୟକ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ । ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

Get real time updates directly on you device, subscribe now.