fbpx

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ଯେଉଁମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏଁ ଚାଉଳ ପାଉଛନ୍ତି। ସେମାନଙ୍କ ପାଇଁ ଖୁସି ଖବର ଯୋଜନାର ଅବଧି ଆଉ ୫ ବର୍ଷ ବଢିବ। ଏହି ଯୋଜନାରେ ଲାଭବାନ ହେଉଛନ୍ତି ରାଜ୍ୟର ୩,୧୪,୯୨୩ ପରିବାର।

୨୦୨୪ ଜାନୁଆରୀ ୧ ଠାରୁ ୨୦୨୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ ରାଜ୍ୟର ସମସ୍ତ ହିତାଧିକାରୀ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Get real time updates directly on you device, subscribe now.