fbpx

ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ ୨୪ ଘଣ୍ଟାରେ ଆଉ ୭ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱରରୁ ୨ ଲେଖାଏଁ, ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ୧ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ଅନ୍ୟପଟେ ଆଜି ରାଜ୍ୟରେ ୮୦୫ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୧,୫୫୮କୁ ବୃଦ୍ଧି ପାଇଛି। ୯,୯୬,୩୦୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୭,୧୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

 

Get real time updates directly on you device, subscribe now.