ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ଛଅଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୬୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୩୯ ଓ ସ୍ଥାନୀୟ ଅଞ୍ଚଳରୁ ୬୯୦ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୦ ହଜାର ୮୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୭ ହଜାର ୩୮୧ ରହିଥିବା ବେଳେ ୧୭ ହଜାର ୭୪୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 26th July
New Positive Cases: 1629
In Quarantine: 939
Local Contacts: 690(Details of local contacts will be shared by concerned Dist Administration)
District Wise Cases:
1. Angul: 44
2. Balasore: 93
3. Bargarh: 11
4. Bhadrak: 76
5. Balangir: 5— I & PR Department, Odisha (@IPR_Odisha) July 27, 2021
22. Mayurbhanj: 53
23. Nawarangpur: 6
24. Nayagarh: 38
25. Nuapada: 10
26. Puri: 96
27. Rayagada: 12
28. Sambalpur: 14
29. Sonepur: 22
30. Sundargarh: 22
31. State Pool: 113New recoveries: 2204
Cumulative tested: 15718890
Positive: 970814
Recovered: 947381
Active cases: 17746— I & PR Department, Odisha (@IPR_Odisha) July 27, 2021