fbpx

ରାଜ୍ୟରେ ୭ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ…

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ୭ ହଜାର ଟପିଲା କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭ହଜାର ୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବୟସ ବର୍ଗର ୭୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ସଙ୍ଗରୋଧ କେନ୍ଦ୍ରରୁ ୪ହଜାର ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୨ହଜାର ୯୪୩ ଜଣ ସଂକ୍ରମିତ । ତେବେ ଖୋର୍ଦ୍ଧାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଠାରୁ ଗତ ୨୪ ଘଣ୍ଟାରେ ୨୨୨୬ ଜଣ ଆକ୍ରାନ୍ତ ହୋଇଛନ୍ତି ଚିହ୍ନଟ । ଖୋର୍ଦ୍ଧା ପରେ ରହିଛି ସୁନ୍ଦରଗଡ଼ । ସୁନ୍ଦରଗଡ଼ ଜିଲ୍ଲାରୁ ୧୧୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.