Economic Survey Report: ମୁଣ୍ଡ ପିଛା ଆୟ ହିସାବରେ ଏକାଦଶ ସ୍ଥାନରେ ଓଡ଼ିଶା
ଆସିଲା ୨୦୨୪-୨୫ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ । ଓଡ଼ିଶାର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ
ଭୁବନେଶ୍ବର: ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ ହୋଇଛି । ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ।
ଓଡ଼ିଶାର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ କରାଯାଇଛି । ସେହିପରି ସର୍ବଭାରତୀୟ ସ୍ତରରେ ଅଭିବୃଦ୍ଧି ହାର ୬.୪ ପ୍ରତିଶତ ଆକଳନ କରାଯାଇଥିବା ବେଳେ ଓଡ଼ିଶା ଅର୍ଥନୀତିର ଆକାର ୧୦% ବଢ଼ି ୯.୫ ଲକ୍ଷ କୋଟିରେ ପହଞ୍ଚିଛି ।
ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଅନ୍ୟପଟେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ ରହିଛି ।
୨୦୨୪-୨୫ ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି ଏବଂ ସର୍ବଭାରତୀୟ ମୁଣ୍ଡପିଛା ଆୟଠାରୁ ଏହାର ବ୍ୟବଧାନ ୮.୮ ପ୍ରତିଶତକୁ ହ୍ରାସ ପାଇଛି । ଅନ୍ୟ ରାଜ୍ୟ ତୁଳନାରେ ମୁଣ୍ଡପିଛା ଆୟ ହିସାବରେ ଓଡିଶା ଏକାଦଶ ସ୍ଥାନରେ ରହିଛି ।