fbpx

ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କର ପରଲୋକ, ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର,୨୩ ।୧୧(ଓଡିଶା ଭାସ୍କର) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ଗତକାଲି ରାତିରେ ତାଙ୍କର ପରଲୋକ ହୋଇଥିବା ରାଜ୍ୟପାଳ ଟ୍ୱିଟ ଯୋଗେ ସୂଚନା ଦେଇଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ବହୁ ବିଶିଷ୍ଟ ବ୍ୟକ୍ତି ସୁଶୀଳା ଦେବୀଙ୍କର ପରଲୋକରେ ଶୋକ ପ୍ରକାଶ କରିଛନ୍ତି ।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଜଣେ ଧର୍ମପରାୟଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

ସୁଶୀଳା ଦେବୀଙ୍କ ପରଲୋକରେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଜଣେ ଅତ୍ୟନ୍ତ ଦୟାଳୁ ମହିଳା ଥିଲେ, ଯିଏ ଗରିବ ଏବଂ ଅସହାୟ ଲୋକଙ୍କ କଲ୍ୟାଣ ପାଇଁ ଅନେକ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରୁଥିଲେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

Get real time updates directly on you device, subscribe now.