ଭୁବନେଶ୍ୱର(ଓଡ଼ିଶା ଭାସ୍କର): କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହଣୀ ବାବଦ 61 ଲକ୍ଷ 5 ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି ।
2021 ଏପ୍ରିଲ୍ 12 ତାରିଖ ଠାରୁ 2021 ନଭେମ୍ବର 27 ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ 8 ଟି ରୁମ୍ ଓ ଗୋଟିଏ dormitory ରେ ମହାନଗର ନିଗମର ଡାକ୍ତର ଓ ନର୍ସଙ୍କ ମାନେ ଦୀର୍ଘ 7 ମାସରୁ ଅଧିକ ସମୟ ରହି Covid ଚିକିତ୍ସା କରୁଥିଲେ । ଓଡ଼ିଶା ସରକାର ବର୍ତମାନ ଏହା ବାବଦ ଦେୟ ଛାଡ଼ କରିଛନ୍ତି ।
ସୂଚନାଯୋଗ୍ୟ, ପୂର୍ବରୁ ପ୍ରଥମ ଲହରୀ ସମୟରେ ମଧ୍ୟ ନବୀ ମୁମ୍ୱାଇ ମହାନଗର ନିଗମର 2 କୋଟି 16 ହଜାର ଟଙ୍କା ଛାଡ କରାଯାଇଥିଲା ।