ସରକାରଙ୍କ ନୂଆବର୍ଷ ଭେଟି: ଜାନୁଆରୀରେ 10 ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର, ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସୂଚନା
ଜାନୁଆରୀରେ 10 ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର । ନୂଆବର୍ଷ ଭେଟି ଦେବେ ସରକାର ।
ଭୁବନେଶ୍ବର: ଗରିବ ଲୋକଙ୍କୁ ନୂଆବର୍ଷ ଭେଟି ଦେବ ପଞ୍ଚାୟତିରାଜ ବିଭାଗ । ଜାନୁଆରୀରେ 10 ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର । ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଏନେଇ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ 37 ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ବର୍ତ୍ତମାନ ସୁଦ୍ଧା 34 ଲକ୍ଷଙ୍କୁ ସର୍ଟ ଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।
ପୂର୍ବରୁ ପଞ୍ଚାୟତିରାଜ ମନ୍ତ୍ରୀ ଘୋଷଣା କରି କହିଥିଲେ, ଆଉ ରହିବନି ବିଜୁ ପକ୍କା ଘର ସ୍କିମ । ସମସ୍ତଙ୍କୁ ମିଳିବ ଘର । କୌଣସି ଯୋଗ୍ୟ ହିତାଧିକାରୀ ସରକାରୀ ଆବାସରୁ ବଞ୍ଚିତ ହେବେ ନାହିଁ ।
ଅନ୍ୟପଟେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯୋଗ୍ୟତା ମାପଦଣ୍ଡକୁ କୋହଳ କରିଛନ୍ତି ସରକାର। ସର୍ବାଧିକ ମାସିକ ଆୟ ୧୦ ହଜାରରୁ ୧୫ ହଜାରକୁ ବଢ଼ାଇଛନ୍ତି। ସେହିପରି ପୂର୍ବ ମାପଦଣ୍ଡରେ ଅନେକ ପରିବର୍ତ୍ତନ କରିଛନ୍ତି ସରକାର।
